ଅତି ପ୍ରବଳ ବର୍ଷା ସମ୍ଭାବନା; ସମସ୍ତ ସ୍କୁଲ ଛୁଟି

ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ପାଇଁ ଓଡ଼ିଶାକୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ଜାରି ହେବାପରେ ସ୍କୁଲ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ନେଇ ଘୋଷଣା କରାଯାଇଛି । ତେବେ ଆଜି ମଧ୍ୟାହ୍ନ ପରେ ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲି ଛୁଟି ଘୋଷଣା ହୋଇଛି । ଏ ନେଇ ଜିଲ୍ଲା ଶିକ୍ଷା ଅଧିକାରୀ ସୂଚନା ଦେଇଛନ୍ତି ।

ପ୍ରବଳ ବର୍ଷା ପରେ ବନ୍ୟା ସ୍ଥିତି ଯୋଗୁଁ ଗତ ସପ୍ତାହରେ ମଧ୍ୟ କିଛି ଜିଲ୍ଲାରେ ସ୍କୁଲ, କଲେଜ ପରି ଶିକ୍ଷାନୁଷ୍ଠାନ ବନ୍ଦ କରାଯାଇଥିଲା । କାରଣ ଅନେକ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ରାସ୍ତାରେ ଆଣ୍ଠୁଏ ପାଣି ଚାଲୁଥିଲା । ସ୍କୁଲ ଘରେ ବି ପାଣି ପଶିଥିଲା । ଏବେ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ବର୍ତ୍ତମାନ ପର୍ଯ୍ୟନ୍ତ କେବଳ ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସ୍କୁଲକୁ ଶୁକ୍ରବାର ମଧ୍ୟାହ୍ନ ପରଠାରୁ ବନ୍ଦ ରଖାଯାଇଛି । ସ୍କୁଲ କେବେ ଖୋଲିବ ସେ ନେଇ ଜିଲ୍ଲା ଶିକ୍ଷା ଅଧିକାରୀ ଆଗକୁ ସୂଚନା ଦେବେ ।

ଆଗାମୀ ୨୪ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ରଟି ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ପାଇଁ ପାଗ ଅନୁକୂଳ ରହିଛି । ଯାହାର ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା । ଆଜି ବି ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହିତ କାଳବୈଶାଖୀ ଆଶଙ୍କା ମଧ୍ୟ ରହିଛି ।