ଦୀପାବଳି ପୂର୍ବରୁ ମହାନଦୀ ବିବାଦର ବଡ଼ ସମାଧାନ !

ପ୍ରିଜମ ନ୍ୟୁଜ : ଦୀର୍ଘ ବର୍ଷ ଧରି ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଚାଲି ଆସୁଥିବା ମହାନଦୀ ଜଳ ବିବାଦର ସମାଧାନ ଏବେ ସମାଧାନ ଆଡକୁ ଗତି କରୁଥିବା ସଙ୍କେତ ମିଳିଛି। ନୂଆଦିଲ୍ଲୀରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏଙ୍କ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଆସନ୍ତା ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ ହେବ ବୋଲି ଆଶା କରାଯାଉଛି । ଉଭୟ ରାଜ୍ୟ ମଧ୍ୟରେ ସକାରାତ୍ମକ ଆଲୋଚନା ହୋଇଛି

ଓଡ଼ିଶାର ଅଧିକାର, ଚାଷୀକୂଳଙ୍କ ଭବିଷ୍ୟତ ଏବଂ ରାଜ୍ୟର ଜଳସମ୍ପଦର ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆମର ପକ୍ଷ ଦୃଢ଼ତାର ସହ ଉପସ୍ଥାପନ କରାଯାଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଉଭୟ ରାଜ୍ୟ ମଧ୍ୟରେ ଗଠନମୂଳକ ଆଲୋଚନା, ପାରସ୍ପରିକ ସହଯୋଗ ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଭିମୁଖ୍ୟ ମାଧ୍ୟମରେ ମହାନଦୀ ଜଳ ସମସ୍ୟାର ଏକ ସ୍ଥାୟୀ, ଆପୋଷ ଓ ସନ୍ତୋଷଜନକ ସମାଧାନ ବାହାରିବ ବୋଲି ଆଶାବାଦୀ ଅଛନ୍ତି ମୁଖ୍ୟମନ୍ତ୍ରୀ ।

କେନ୍ଦ୍ର ଜଳଶକ୍ତି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ସାମିଲ ହୋଇଥିଲେ। ତେବେ ଆସନ୍ତା ୩ ମାସ ଭିତରେ ଦୁଇ ରାଜ୍ୟ ମଧ୍ୟ ମହାନଦୀ ଜଳ ବଣ୍ଟନ, ପରିଚାଳନା ଓ ସୁରକ୍ଷାର ସମାଧାନ ବାହାରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦୀପାବଳି ସୁଦ୍ଧା ସମାଧାନ ନେଇ ଉଭୟ ରାଜ୍ୟ ଆଶାବାଦୀ ଥିବା ବୈଠକ ପରେ ସ୍ପଷ୍ଟ ହୋଇଛି ।