ପ୍ରବଳ ଛେଚିବ ବର୍ଷା ! ୩ ଘଣ୍ଟା ପାଇଁ ସତର୍କ ଜାରି !

ରାଜ୍ୟରେ ଆଜି ପ୍ରବଳ ବର୍ଷା ନେଇ ସତର୍କତା ଜାରି। ଆସନ୍ତା ୩ ଘଣ୍ଟା ମଧ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସତର୍କତା ଜାରି କରିଛି ପାଣିପାଗ ବିଭାଗ | ଉତ୍ତର ଓଡିଶା ଉପକୂଳ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ନିକଟରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ସେପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସତର୍କତା ଜାରି କରିଛି ପାଣିପାଗ ବିଭାଗ।

ସକାଳ ୭ଟା ବେଳେ ଜାରି ଚେତାବନୀ ଅନୁସାରେ ୩ ଘଣ୍ଟା ପାଇଁ ୧୩ ଜିଲ୍ଲା କେନ୍ଦୁଝର, କନ୍ଧମାଳ, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଗଜପତି, ଗଂଜାମ, କୋରାପୁଟ, ନୟାଗଡ଼, ୟାଜପୁର, କଟକ, କଳାହାଣ୍ଡି ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଲୋକେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ସେହିପରି ଆଜି ପାଇଁ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ବାକି ୨୮ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ। ତେବେ ଆସନ୍ତାକାଲି ବର୍ଷାର ପରିମାଣ ସାମାନ୍ୟ ହ୍ରାସ ପାଇପାରେ। ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ବର୍ଷା ଆଲର୍ଟ ରହିଛି।