Blog
ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ୍
ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ୍। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛୁଟି ବାତିଲ୍ କଲେ ଜିଲ୍ଲାପାଳ। ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟାଳୟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଳାପାଳ। ଛୁଟିରେ ଥିଲେ ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ପୁଣି ଥରେ ବନ୍ୟା ସ୍ଥିତି ଗମ୍ଭୀର ହୋଇଛି। ଭଦ୍ରକ ଜିଲ୍ଲାର ଅନେକ ଅଞ୍ଚଳରେ ନଦୀ ଜଳସ୍ତର ବଢ଼ିବା ସହ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ବହୁ ସ୍ଥାନରେ ରାସ୍ତା ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଭଦ୍ରକ ଜିଲ୍ଲାରେ ମଧ୍ୟ ପୁଣି ଥରେ ବନ୍ୟା ସ୍ଥିତି ସଙ୍ଗିନ ହୋଇଛି। ଆଖୁଆପଦା ଆନିକଟ ନିକଟରେ ବୈତରଣୀ ନଦୀର ବିପଦ ସଙ୍କେତ ୧୮.୩୩ ମିଟର ଥିବା ବେଳେ ଜଳସ୍ତର ୧୮.୩୮ ମିଟରରେ ପ୍ରବାହିତ ହେଉଛି। ସେହିପରି ରାଜଘାଟ ନିକଟରେ ସାଳନ୍ଦୀ ନଦୀ ମଧ୍ୟ ବିପଦ ସଙ୍କେତ ନିକଟରେ ପ୍ରବାହିତ ହେଉଛି।
ଗତକାଲି ଜଳସ୍ତର କମିଥିଲେ ମଧ୍ୟ ଲଗାଣ ବର୍ଷା ଯୋଗୁଁ ପୁଣି ନଦୀ ଫୁଲିବା ଆରମ୍ଭ କରିଛି। ଭଦ୍ରକ-ଆରଡ଼ି ରାସ୍ତାର କୋଠାର ନିକଟରେ ରାସ୍ତା ଉପରେ ବନ୍ୟାଜଳ ପ୍ରବାହିତ ହେବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଧାମନଗର, ତିହିଡ଼ି ଓ ଭଣ୍ଡାରିପୋଖରୀର ବହୁ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି।ତିହିଡ଼ି ବ୍ଲକର ବାରୋ, ବିଲନା, ବାରସର ଏବଂ ଧାମନଗର ବ୍ଲକର ଧୁଷୁରୀ, ଅସୁରାଳୀ, ରଇପୁର ଆଦି ପଞ୍ଚାୟତ ବନ୍ୟାରେ ପ୍ରଭାବିତ ହୋଇଛି। ପ୍ରଶାସନ ପକ୍ଷରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ସହ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯାଉଛି।
- Trending




